ଖବର ସତ୍ୟବାଦୀ ଓଡ଼ିଆ NEWS :
ପୁରୀ: ତିନି ରଥରେ ଡେରା ହେଲା ଚକ-ଅଖ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ବିଧି ଅନୁଯାୟୀ ତିନି ରଥର ଛଅଟି ନାହାକ, ଚକ ସହ ତିନୋଟି ଅଖ ଡେରାଯାଇଛି । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ ଟି ନାହାକ ଚକ ଓ ତିନୋଟି ଅଖ ପ୍ରସ୍ତୁତ କରି ରଖିଛନ୍ତି ।
ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢିବା ପରେ ତିନି ବାଡର ପୂଜାପଣ୍ଡା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାରେ ଆସିପହଞ୍ଚିଥିଲେ । ସେଠାରେ ଭୋଇ ସେବକମାନେ ଚକ ଅଖ ଡେରା କାର୍ଯ୍ୟ ସମ୍ପନ୍ନ କରିବା ପରେ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କୁ ପୂଜାପଣ୍ଡା ସେବାୟତମାନେ ଆଜ୍ଞାମାଳ ପ୍ରଦାନ କରିଛନ୍ତି । ଆଜ୍ଞାମାଳ ପାଇବା ପରେ ତିନି ରଥରେ ଚକ-ଅଖ ଡେରା ଯାଇଛି ।
ସେପଟେ ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ । ଶ୍ରୀକ୍ଷେତ୍ରରେ ଶ୍ରୀରାମ କୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ୱତୀ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ 21 ବାର ଚାପ କ୍ରୀଡା କରିବେ ।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ….
More Stories
ସାକ୍ଷୀଗୋପାଳ ଙ୍କ ବାମନ ଅବତାର ଧାରଣ|
ରାଧାଷ୍ଟମୀରେ ରାଧାରାଣୀଙ୍କୁ ବ୍ରହ୍ମକମଳ ପୁଷ୍ପ ଅର୍ପଣ କଲେ ସମାଜସେବୀ ନିହାର |
ଶ୍ରୀରାଧା ଜନ୍ମୋତ୍ସବ ର ଶେଷ ସନ୍ଧ୍ୟା ରେ ଝୁମିଲେ ଦର୍ଶକ |