ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ :ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଭେଟି ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଚିକିତ୍ସା ଦାୟିତ୍ୱରେ ଥିବା ମୁଖ୍ୟ ଡାକ୍ତରମାନଙ୍କ ସହ ଆଲୋଚନା କରି ସମସ୍ତଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଛନ୍ତି। ଆହତଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ସେ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ସେ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯାଉଛି।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ :
More Stories
ରାଜ୍ୟରେ ଖୋଜି ଖୋଜି ଭୂମିହୀନ ଙ୍କୁ ପଟା ଦେବେ ସରକାର |
ବିଦ୍ୟାଳୟ ମଧ୍ୟରେ ରାତିସାରା ଝରକା ସନ୍ଧିରେ ଫସିରହିଲା କୁନିଝିଅ |
କଳି ଯୁଗରେ ସତ୍ୟ ଘଟଣା |ମନ୍ଦିର ରେ ଦିଶିଲା ମା ଙ୍କ ପାଦଚି଼ହ୍ନ |