ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ :ପୁରୀ: ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନପୂର୍ଣ୍ଣିମା ପୂର୍ବ ଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ । ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ରୂପେ ପାଳିତ ହୋଇଥାଏ । ତେବେ ଆଜିଠାରୁ ଶ୍ରୀଜୀଉ ମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି ।
ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତ ଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଥାଏ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ ନିୟୁଜ |
More Stories
ସାକ୍ଷୀଗୋପାଳ ଙ୍କ ବାମନ ଅବତାର ଧାରଣ|
ରାଧାଷ୍ଟମୀରେ ରାଧାରାଣୀଙ୍କୁ ବ୍ରହ୍ମକମଳ ପୁଷ୍ପ ଅର୍ପଣ କଲେ ସମାଜସେବୀ ନିହାର |
ଶ୍ରୀରାଧା ଜନ୍ମୋତ୍ସବ ର ଶେଷ ସନ୍ଧ୍ୟା ରେ ଝୁମିଲେ ଦର୍ଶକ |