ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ|

Love with Khabar Satyabadi

ଖବର ସତ୍ୟବାଦୀ ଓଡ଼ିଆ NEWS :ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର
୧୫.୦୬.୨୦୨୪

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ ସ୍ବର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟ ବାସୀଙ୍କ ପ୍ରିୟ ହୋଇ ପାରିଥିଲେ।
ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।