କାହିଙ୍କି ହୁଏ ସୁନାବେଶ |କଣ ରହିଛି ପୌରାଣିକ କଥା |

Love with Khabar Satyabadi

ଖବର ସତ୍ୟବାଦୀ NEWS :କିମ୍ବଦନ୍ତୀରୁ ଜଣାଯାଏ ଯେ ରାଜା ଅନଙ୍ଗଭୀମ ଦେବ ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତା ରୂପେ ଘୋଷଣା କରିଥିଲେ । ରାଜା ମହାରାଜାମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥ ଉପରେ ସୁନାବେଶ ବଡ଼ତଢାଉ କରଣଙ୍କ ପରାମର୍ଶ କ୍ରମେ ରାଜା କରାଇଥିଲେ । ବଡ଼ତଢାଉ ବେଶର କିମ୍ବଦନ୍ତୀ ଅନୁସାରେ ରାଜା କପିଳେନ୍ଦ୍ର ଦେବ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନା ଅଳଙ୍କାର ଆଣିଥିଲେ । ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ବାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦୀରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି । ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ବାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ସେହିଦିନଠାରୁ ପ୍ରତିବର୍ଷ ବାହୁଡ଼ା ଯାତ୍ରା ପରଦିନ ଅର୍ଥାତ ହରିଶୟନ ଏକାଦଶୀ ଅବସରରେ ଶ୍ରୀଜିଉ ରଥ ଉପରେ ସୁନାବେଶରେ କୋଟି କୋଟି ଭକ୍ତଙ୍କୁ ଦର୍ଶନ ଦିଅନ୍ତି ।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ NEWS