ଗଭୀର ଅବପାଦ ର ରୂପନେଲା ଲଘୁଚାପ |ପ୍ରବଳ ବର୍ଷା ସମ୍ଭାବନା |

Love with Khabar Satyabadi

ଖବର ସତ୍ୟବାଦୀ ବ୍ୟୁରୋ: ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୨୫୩ ମିଲିମିଟର ବର୍ଷା ରେକର୍ଡ । ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀକୁ ବୌଦ୍ଧ, ବଲାଙ୍ଗୀର, କୋରାପୁଟକୁ ଆଜି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨ଦିନ ପାଇଁ ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳ କରିଛି ପାଣିପାଗ ବିଭାଗ । କାଲି କମିପାରେ ବର୍ଷାର ପରିମାଣ । ୧୧ ତାରିଖ ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସ ବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି । ଲଗାଣ ବର୍ଷାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ. ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ। ଏହି ସମୀକ୍ଷା ବୈଠକରେ ଅନ୍ୟ ବରିଷ୍ଠ କର୍ମଚାରୀ ମଧ୍ୟ ଉପସ୍ଥିତ ଥିଲେ |

ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡ଼ିଆ NEWS.