ପୁଣି ଦୁଇ ଦିନ ବର୍ଷା ସମ୍ଭାବନା ସୃଷ୍ଟି ହେଲା ଲଘୁଚାପ |

Love with Khabar Satyabadi

ଭୁବନେଶ୍ୱର ଖବର ସତ୍ୟବାଦୀ ଓଡିଶା NEWS ବଙ୍ଗୋପସାଗରରେ ପୁଣି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଦୁଇ ଦିନ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର|ଏହି ସବୁ ଜିଲ୍ଲା ରେ ବର୍ଷା ସମ୍ଭାବନା |୨୪ରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ ସମେତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ସେହିପରି ୨୫ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ୨୪ ପଶ୍ଚିମ-ଦକ୍ଷିଣ ପଶ୍ଚିମ ମୁହାଁ ହେବ । ୨୪ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି|

ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS…