ବିକଶିତ ସତ୍ୟବାଦୀ ର ସ୍ୱପ୍ନ କୁ ସାକାର କଲେ ରାଜ୍ୟ ସରକାର |ହସି ଉଠିବ ବକୁଳ ବନ |

Love with Khabar Satyabadi

ସାକ୍ଷୀଗୋପାଳ :ଖବର ସତ୍ୟବାଦୀ ଓଡିଶା NEWS |ସତ୍ୟବାଦୀ ବକୁଳ ବନ ର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ରାଜ୍ୟ ସରକାର |ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲାର ସତ୍ୟବାଦୀ ଐତିହାସିକ ବକୁଳବନ ସ୍ଥିତ ବନବିଦ୍ୟାଳୟର ହଜିଲା ସ୍ମୃତି ପୁଣି ଉଜ୍ଜିବୀତ ହେବ। ଛାତ୍ରୀଛାତ୍ର ଓ ପର୍ଯ୍ୟଟକମାନଙ୍କ ପାଇଁ ଏହାକୁ ଆକର୍ଷଣୀୟ କରାଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏ ଦିଗରେ ତତ୍ପର ହୋଇଛି। ବିଭାଗୀୟ ସଚିବ ସାଳୀନ ପଣ୍ଡିତ ସତ୍ୟବାଦୀ ବନବିଦ୍ୟାଳୟ ସ୍ଥିତି ଅନୁଧ୍ୟାନ କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଓ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସହିତ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ଅଧିକାରୀ ଉପସ୍ଥିତ ରହିଥିଲେ। ଏ ଦିଗରେ ଖୁବଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ। ଆଗାମୀ ୧୪ ତାରିଖ ହେବାକୁ ଥିବା ୩ ଦିନିଆ ସତ୍ୟବାଦୀ ମହୋତ୍ସବ ଅବସରରେ ସରକାର ଏହାର ରୁପରେଖ, ବ୍ୟୟ ଅଟକଳ ଘୋଷଣା କରିବେ ବୋଲି ବିଧାୟକ ଓମ ପ୍ରକାଶ କହିଛନ୍ତି।ଏହାପୂର୍ବରୁ ମୁଖ୍ୟମନ୍ତ୍ରୀଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ବୈଠକରେ ଆଲୋଚନା କରିବା ସହିତ,

ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଆଜି ମଧ୍ୟ ଏକ ଐତିହ୍ୟସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ବତନ୍ତ୍ରତା ରହିଛି।ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ନିର୍ଦ୍ଦେଶ ଦେଇଛି।
ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢ଼ିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଛି।
ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଏହି ସ୍ଥାନ ପରିଦର୍ଶନ କରି ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ ଏବଂ ଏହା ପର୍ଯ୍ୟଟକମାନଙ୍କୁ ମଧ୍ୟ ଆକୃଷ୍ଟ କରିବ |ଏହାକୁ ନେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି କିପୁଣ୍ୟାତ୍ମା ପଞ୍ଚସଖାଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ସତ୍ୟବାଦୀ ବକୁଳବନ ବିଦ୍ୟାଳୟର ଐତିହ୍ୟକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରିବା ଦିଗରେ ଯୋଜନା କରୁଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓଡ଼ିଶାରେ ସ୍ୱତନ୍ତ୍ରତା ସଂଗ୍ରାମର ନେତୃତ୍ୱ ନେବା ସହ ଦେଶ ସ୍ୱାଧୀନତା ପାଇଁ ଯେଉଁ ଯୋଜନା ଓ ପରିକଳ୍ପନା କରିଥିଲେ, ତା’ର ପ୍ରୟୋଗଶାଳା ଥିଲା ସତ୍ୟବାଦୀ ବକୁଳବନ ବିଦ୍ୟାଳୟ ।
ଏହି ପବିତ୍ର ସ୍ଥାନରୁ ହିଁ ପଣ୍ଡିତ ଗୋପବନ୍ଧୁଙ୍କ କଳ୍ପନାରେ ହିଁ ନୂଆ ଜାତୀୟ ଶିକ୍ଷା ନୀତିର ଅଭ୍ୟୁଦୋୟ ହୋଇଥିଲା । ତାଙ୍କ ତ୍ୟାଗପୂତ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ପଣ୍ଡିତ ନୀଳକଣ୍ଠ ଦାସ, ଆଚାର୍ଯ୍ୟ ହରିହର, ପଣ୍ଡିତ ଗୋଦାବରୀଶ ମିଶ୍ର ଓ ପଣ୍ଡିତ କୃପାସିନ୍ଧୁ ମିଶ୍ର ଆଦି ମହାପୁରୁଷମାନେ ବକୁଳବନରେ ଛାତ୍ରଛାତ୍ରୀଙ୍କୁ ମୌଳିକ ଶିକ୍ଷା ସହ ରୋଜଗାର ଦେବା ଭଳି ଶିକ୍ଷା ପ୍ରଦାନ କରୁଥିଲେ ।
ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ଏହି ଐତିହ୍ୟସମ୍ପନ୍ନ ଅନୁଷ୍ଠାନର ମହତ୍ୱକୁ ଦୃଷ୍ଟିରେ ରଖି ଗୁଜୁରାଟର ବଡନଗରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାଠ ପଢିଥିବା ‘ପ୍ରେରଣା ସ୍କୁଲ’ର ଢାଞ୍ଚା ଅନୁସାରେ ବକୁଳ ବନ ବିଦ୍ୟାଳୟର ବିକାଶ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି । ପ୍ରଧାନମନ୍ତ୍ରୀ ପ୍ରାରମ୍ଭିକ ଶିକ୍ଷା ଗ୍ରହଣ କରିଥିବା ପ୍ରେରଣା ବିଦ୍ୟାଳୟ ଆଜି ଯେପରି ଶିକ୍ଷା ଓ ମୂଲ୍ୟବୋଧର ଏକ ଅନନ୍ୟ କେନ୍ଦ୍ରରେ ପରିଣତ ହୋଇଛି, ସେପରି ଭାବେ ଏହି ବକୁଳବନ ବିଦ୍ୟାଳୟର ନବୀକରଣ ହେଲେ ଆମର ବରପୁତ୍ର ଓ ମହାପୁରୁଷମାନେ ଦେଖିଥିବା ସ୍ୱପ୍ନ ସାକାର ହୋଇପାରିବ ।

ପ୍ରାଚୀନ ଭାରତରେ ଗୁରୁକୁଳ ପରମ୍ପରାକୁ ପୁର୍ନଜୀବିତ କରିବାର ପ୍ରୟାସ ଏହି ବକୁଳବନରୁ ଆରମ୍ଭ ହୋଇଥିଲା । ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶହେ ବର୍ଷ ପୂରଣ କରିବ । ୨୦୪୭ରେ ଦେଶ ସ୍ୱତନ୍ତ୍ରତାର ଶହେ ବର୍ଷ ପୂରଣ କରିବ । ଏହି ମଣିଷ ତିଆରି କାରଖାନାର ପୁନରୁଦ୍ଧାର ହେଲେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଦର୍ଶ ଓ କଳ୍ପନାରେ ଜାତୀୟ ଶିକ୍ଷା ନୀତି କ୍ରିୟାନ୍ୱୟନରେ ଏକ ସ୍ୱପ୍ନ ପୂରଣ ହେବ ।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS…