ଭୁବନେଶ୍ୱର :ଖବର ସତ୍ୟବାଦୀ ଓଡିଶା NEWS :ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପୂର୍ତ୍ତ ବିଭାଗ ଅଧୀନରେ ଥିବା ୧୦୦ କୋଟିରୁ ଅଧିକ ପ୍ରକଳ୍ପ ମୂଲ୍ୟର ରାସ୍ତାଘାଟ, ସେତୁ ତଥା କୋଠାବାଡ଼ି ଆଦି କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି।ସରକାର ରାଜ୍ୟବାସୀଙ୍କୁ ଉନ୍ନତ ଭିତ୍ତିଭୂମି ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ। ତେଣୁ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ ସାଲିସ କରାଯିବ ନାହିଁ। ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ କୌଣସି ସଂସ୍ଥା ବିରୋଧରେ ଅଭିଯୋଗ ଆସିଲେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେବେ ବି ପଛଘୁଞ୍ଚା ଦେବେ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପ୍ରକାଶ କରିଛନ୍ତି।ଜଗତସିଂହପୁର, ଯାଜପୁର, ଜୟପୁର ବାଇପାସ୍ ରାସ୍ତା ସମେତ ବିଭିନ୍ନ ପ୍ରମୁଖ ରାସ୍ତା, କୋରାପୁଟ ହସ୍ପିଟାଲ, ଜୟପୁର ହସ୍ପିଟାଲ, ଯାଜପୁର ହସ୍ପିଟାଲ ଏବଂ କ୍ୟାପିଟାଲ ହସ୍ପିଟାଲ୍ର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ସମେତ ବିଭିନ୍ନ କୋଠାବାଡ଼ି ପ୍ରକଳ୍ପର ଅଗ୍ରଗତି ନେଇ ବୈଠକରେ ଆଲୋଚନା ହୋଇଥିଲା। ରାଜ୍ୟରେ ବିଭିନ୍ନ ନଦୀ ଉପରେ ଥିବା ହାଇଲେବୁଲ ସେତୁର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ମଧ୍ୟ ବିଭାଗୀୟ ଅଧିକାରୀ, ଇଞ୍ଜିନିୟର ଓ ଠିକା ସଂସ୍ଥାଙ୍କଠାରୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପଚାରି ବୁଝିଥିଲେ।
ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEW…
More Stories
ରାଜ୍ୟରେ ଖୋଜି ଖୋଜି ଭୂମିହୀନ ଙ୍କୁ ପଟା ଦେବେ ସରକାର |
ବିଦ୍ୟାଳୟ ମଧ୍ୟରେ ରାତିସାରା ଝରକା ସନ୍ଧିରେ ଫସିରହିଲା କୁନିଝିଅ |
କଳି ଯୁଗରେ ସତ୍ୟ ଘଟଣା |ମନ୍ଦିର ରେ ଦିଶିଲା ମା ଙ୍କ ପାଦଚି଼ହ୍ନ |