କେନ୍ଦୁଝର ବାସୀ ଙ୍କ ପାଇଁ ଖୁସି ଖବର, ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା |

Love with Khabar Satyabadi

ଭୁବନେଶ୍ୱର: ଖବର ସତ୍ୟବାଦୀ NEWS ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ। ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ NEWS….