ପୁରୀ ରେ ମହାଳୟା ପାଇଁ ପ୍ରବଳଭିଡ଼ |ବିଭିର୍ଣ୍ଣ ତୀର୍ଥ ପୁଷ୍କରିଣୀ ରେ ପିଣ୍ଡ ପକାଇଲେ ଶ୍ରଦ୍ଧାଳୁ |

Love with Khabar Satyabadi

ଖବର ସତ୍ୟବାଦୀ ଓଡିଶା NEWS :(ପୁରୀ )ଆଜି ହେଉଛି ପବିତ୍ର ମହାଳୟା । ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଆଜିର ଦିନରେ ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ବର୍ଗପ୍ରାପ୍ତି ହେବା ସହ ମୋକ୍ଷ ପ୍ରାପ୍ତି ହେବାର ଶାସ୍ତ୍ରରେ ଉଲ୍ଲେଖ ରହିଛି । ଏଥିପାଇଁ ସକାଳୁ ସକାଳୁ ହଜାର ଶ୍ରଦ୍ଧାଳୁ ପୁରୀ ଆସି ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି । ଶ୍ରୀମନ୍ଦିର ଉତ୍ତର ଦ୍ଵାର, ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବା ସହ ପିତୃ ପୁରୁଷଙ୍କୁ ମନେ ପକାଇଛନ୍ତି ପରିଜନ ।ଆଶ୍ୱିନ ମାସର ପ୍ରଥମ ପକ୍ଷ ପିତୃପକ୍ଷ ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା ମହାଳୟା ଅମାବାସ୍ୟା ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ ପିତୃପର୍ବ ମଧ୍ୟ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବାସ୍ୟା ଦିନ ପିଣ୍ଡଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହାଯାଏ । ତେବେ ଏହି ପକ୍ଷର ଶେଷ ଦିନକୁ ମହାଳୟା କୁହାଯାଏ|ଶ୍ରାଦ୍ଧ କରିବା ପାଇଁ ଶ୍ରୀମନ୍ଦିରରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଥାଏ । ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ପିତୃପକ୍ଷର ଅନ୍ତିମ ତିଥିରେ ପିଣ୍ତଦାନ କରିବାର ବିଶେଷ ମହତ୍ତ୍ୱ ରହିଛି । ଏହାଛଡ଼ା ପିତୃପକ୍ଷ ତିଥିରେ ପିଣ୍ତଦାନ କରିପାରିନଥିବା ଶ୍ରଦ୍ଧାଳୁ ମାନେ ଆଜି ପିଣ୍ତଦାନ କରି ପୂର୍ବ ପୁରୁଷଙ୍କୁ ଶ୍ରାଦ୍ଧ ପ୍ରଦାନ କରିଛନ୍ତି ।

ଅଧିକ ପଢନ୍ତୁ ଖବର ସତ୍ୟବାଦୀ ଓଡିଶା NEWS…